Difference between revisions 14632 and 14633 on orwikisource{{header | title = ଆମ ଦେବଦେବୀ | author = ଅସିତ ମହାନ୍ତି | translator = | section = | previous = [[ଆମ ଦେବଦେବୀ/କବି ପରିଚୟ]] | next = [[ଆମ ଦେବଦେବୀ/ସୂଚିପତ୍ର]] | year = | notes = }} ନିଜ କଥା ସବୁ ମଣିଷଙ୍କ ପରି ସବୁ ବହିର ବି ବୋଧହୁଏ ଗୋଟିଏ ଭାଗ୍ୟ ଥାଏ । ତା' ନହେଲେ ଦୀର୍ଘ ପâାୟ କୋଡ଼ିଏ ବର୍ଷ ତଳେ ଲେଖିଥିବା ଲେଖାଗୁଡ଼ିକୁ ନେଇ ଆଜି ଏ ବହି ପâକାଶ ପାଉ ନଥାନ୍ତା । ଆମର ଖୁବ୍ ପରିଚିତ ଷୋହଳ ଜଣ ଦେବଦେବୀଙ୍କୁ ନେଇ ଏ ବହି । ସେମାନଙ୍କ ମଧ୍ୟରେ ଯେମିତି ଗଣେଶ ଓ ସରସ୍ୱତୀଙ୍କ ପରି ବିଦ୍ୟାଦାତା ଓ ବିଦ୍ୟାଦାତâୀ ଅଛନ୍ତି, ସେମିତି ବି ଅଛନ୍ତି ବâହ୍ମା, ବିଷ୍ଣୁ ଓ ମହେଶ୍ୱର; ଇନ୍ଦâ, ଚନ୍ଦâ ଓ ସୂର୍ଯ୍ୟ; ଦୁର୍ଗା, ଲକ୍ଷ୍ମୀ ଓ କାର୍ତ୍ତିକ । ପୁଣି ଗୋ-ମାତା କାମଧେନୁ, ପକ୍ଷୀରାଜ ଗରୁଡ଼ ଓ ସର୍ପରାଜ ବାସୁକୀ ଏବଂ ଆମ ଆଦିକବି ସାରଳା ଦାସଙ୍କ କଳ୍ପନାର ଅଦ୍ଭୁତ ଅବତାର ନବଗୁଞ୍ଜର ଓ ସଂକଟମୋଚନ ହନୁମାନ ବି ଅଛନ୍ତି । ମଝିରେ ମାତâ ଗୋଟିଏ ମାସକୁ ଛାଡ଼ି,୧୯୯୦ ଅଗଷ୍ଟରୁ ୧୯୯୧ ନଭେମ୍ବର ପର୍ଯ୍ୟନ୍ତ ଏହି ଷୋହଳଟି ଲେଖାରୁ ପନ୍ଦରଟି, ମାସିକ "ମୀନାବଜାର' ପତâିକାର ପâଚ୍ଛଦ କାହାଣୀ ଭାବରେ ପâକାଶ ପାଇଥିଲା । ସେତେବେଳେ ମୁଁ ଥିଲି ତା'ର ସହ-ସଂପାଦକ । କେବଳ ହନୁମାନ ଲେଖାଟି ପâକାଶ ପାଇଥିଲା ପâାୟ ଦେଢ଼ବର୍ଷ ପରେ, ୧୯୯୩ ଏପâିଲ୍ର ପâଚ୍ଛଦ କାହାଣୀ ଭାବରେ । ଆଜି ଦୀର୍ଘ ପâାୟ ଦୁଇ ଦଶନ୍ଧି ପରେ, ଲେଖାଗୁଡ଼ିକୁ ସାଉଁଟି ବହିଟିଏ କରିବାକୁ ଇଚ୍ଛା କଲାବେଳେ, କେତୋଟି ଲେଖାର କିଛି କିଛି ପୃÂା ହଜି ଯାଇଥିବା ଦେଖାଗଲା । ପୁଣି ହନୁମାନ ପରି ଗୋଟିଏ, ଦୁଇଟି ଲେଖା ବହୁ ଖୋଜିବା ପରେ ବି ମିଳିଲା ନାହିଁ । ତେଣୁ ସେସବୁକୁ ସଜାଡ଼ି ଓ ସ୍ଥଳ ବିଶେଷରେ ପୁନର୍ଲିଖିତ କରି, ପୁଣି ମିଳୁନଥିବା କେତୋଟିକୁ ନୂଆ କରି ଲେଖି ଏ ବହିଟି ହେଲା । ଗୋଟିଏ ଦୃଷ୍ଟିରୁ ଭଲ ହେଲା ଯେ ପâାୟ ସବୁ ଲେଖା ନୂଆ ହୋଇଗଲା । ଆଜିର ପିଲାଏ, ଆମ ପୁରାଣ ପରଂପରା ସହିତ ପâାୟ ପରିଚିତ ନୁହନ୍ତି । ସେମାନେ ହୁଏତ ସ୍କୁଲ୍, କଲେଜରେ ଗଣେଶ ଓ ସରସ୍ୱତୀ ପୂଜା ଏବଂ ସାମାଜିକ ପର୍ବ, ଉତ୍ସବରେ ଦୁର୍ଗା, ଲକ୍ଷ୍ମୀ, ଶିବ ଓ ହନୁମାନ ଆଦିଙ୍କୁ ପୂଜା, ଭକ୍ତି କରନ୍ତି; ମାତâ ସେମାନଙ୍କର ସ୍ୱରୂ ଓ ବିଶେଷତ୍ୱ ସଂପର୍କରେ ବେଶି କିଛି ଜାଣନ୍ତି ନାହିଁ । ଗପ ଛଳରେ ସେମାନଙ୍କୁ ସେସବୁ ସହ ଯୋଡ଼ିବାର ଚେଷ୍ଟା ଏଥିରେ ମୁଁ କରିଛି । ପୁଣି ଗୋଟିଏ ଗୋଟିଏ ଗପ ଭିତରେ ଗୁନ୍ଥା ଗୁନ୍ଥି ହୋଇ ରହିଛି ଅନେକ ଗୁଡ଼ିଏ ଗପ । ଏହା ଯେ ସେମାନଙ୍କୁ ଆନନ୍ଦ ଦେବ, ସେମାନଙ୍କ ଜ୍ଞାନ ବଢ଼ାଇବ, ଆମ ପୁରାଣ ପରଂପରା ସହ ସେମାନଙ୍କୁ ଯୋଡ଼ିବ, ଏଥିରେ ମୁଁ ନିଃସନେ୍ଦହ । ଆଜି "ହ୍ୟାରି ପୋଟର' ପରି ଉପନ୍ୟାସମାଳା ଇଂଲିଶ୍ ପଢ଼ୁଆ ପିଲାଙ୍କ ଭିତରେ ଖୁବ୍ ଆଦର ପାଉଛି । କିନ୍ତୁ ଆମ ପୁରାଣ କାହାଣୀ ଭିତରେ ଯେ ସେପରି ବହୁ ରୋମାଞ୍ଚକର ଉପାଦାନ ଭରି ରହିଛି, ସେ ସଂର୍ପକରେ ହୁଏତ ଆମେ ନିଜେ ବି ସଚେତନ ନୋହୁ । ଆମ ପୁରାଣ କାହାଣୀ କହେ, ଦିନେ ସବୁ ପର୍ବତଙ୍କର ଡେଣା ଥିଲା । ସେମାନେ ମନଇଚ୍ଛା ଆକାଶରେ ଉଡ଼ି ବୁଲୁଥିଲେ । ବଜâ ମାରି ଇନ୍ଦâ ସେମାନଙ୍କର ପକ୍ଷ ଚ୍ଛେଦିଦେଲେ । କାର୍ତ୍ତିକଙ୍କୁ ଛଅଜଣ ମାଆ ଏକାବେଳକେ କ୍ଷୀର ପିଆଇବାକୁ ଚାହିଁବାରୁ ସେ ଛଅ ମୁହଁ ହୋଇଗଲେ । ସେମିତି ଶିବଙ୍କ କଣ୍ଠ କାହିଁକି ନୀଳ, ନାଲି ପିଆଜ କାହିଁକି ନାଲି ଓ ଧଳା ପିଆଜ କାହିଁକି ଧଳା, ସାପଙ୍କ ଜିଭ କାହିଁକି କଟା- ଏମିତି ଶହ ଶହ କାହାଣୀ ସେମାନେ ଏ ବହିରୁ ପାଇବେ । ପୁଣି ସୂର୍ଯ୍ୟଙ୍କର ସାତ ଘୋଡ଼ା ଓ ଚନ୍ଦâଙ୍କର ସତେଇଶ ସ୍ତ୍ରୀ ପରି ଗପର ଯେ ବୈଜ୍ଞାନିକ ଭିତ୍ତି ରହିଛି, ତାହା ମଧ୍ୟ ସେମାନେ ଜାଣି ପାରିବେ । ଏଣୁ ଏ ବହି ପଢ଼ି, ଆମ ପୁରାଣ ପରଂପରା ଓ ଆମ ପାରଂପରିକ ମୂଲ୍ୟବୋଧ ସହ ଆମ ପିଲାଏ ଯଦି କିଛି ପରିମାଣରେ ଯୋଡ଼ି ହେବେ, ତେବେ ଏହାର ଉଦେ୍ଧଶ୍ୟ ସଫଳ ହେଲା ବୋଲି ମୁଁ ଭାବିବି । ଏସବୁ କିଛି ନ ହୋଇ, ଗପଗୁଡ଼ିକ ପଢ଼ି ସେମାନେ ଯଦି କେବଳ ଖୁସି ହେବେ; ତେବେ ବି ମୁଁ ଆହୁରି ବେଶି ଖୁସି ହେବି ।⏎ ⏎ ଗଣେଶ ଆମ ଭାରତର ଶାସ୍ତ୍ର, ପୁରାଣମାନଙ୍କରେ ଯେଉଁସବୁ ଦେବଦେବୀଙ୍କ ନାମ ଓ ଗୁଣର ବର୍ଣ୍ଣନା ଅଛି, ସେମାନଙ୍କ ମଧ୍ୟରେ ଗଣେଶଙ୍କ ମହତ୍ତ୍ୱ ଅସାଧାରଣ । ସନାତନ ହିନ୍ଦୁ ଧର୍ମରେ ଗଣେଶଙ୍କୁ କେବଳ ଯେ ପଞ୍ଚଦେବତାଙ୍କ ମଧ୍ୟରେ ପୂଜା କରାଯାଏ ତାହା ନୁହେଁ; ଅନ୍ୟ ଯେ କୌଣସି ଦେବଦେବୀଙ୍କ ପୂଜା ବା ଉତ୍ସବ ମଧ୍ୟ ଶâୀଗଣେଶଙ୍କ ସ୍ମରଣ ବା ଆବାହନ ବିନା All content in the above text box is licensed under the Creative Commons Attribution-ShareAlike license Version 4 and was originally sourced from https://or.wikisource.org/w/index.php?diff=prev&oldid=14633.
![]() ![]() This site is not affiliated with or endorsed in any way by the Wikimedia Foundation or any of its affiliates. In fact, we fucking despise them.
|