Difference between revisions 14633 and 14635 on orwikisource{{header | title = ଆମ ଦେବଦେବୀ | author = ଅସିତ ମହାନ୍ତି | translator = | section = | previous = [[ଆମ ଦେବଦେବୀ/କବି ପରିଚୟ]] | next = [[ଆମ ଦେବଦେବୀ/ସୂଚିପତ୍ର]] | year = | notes = }} ==ନିଜ କଥା== ସବୁ ମଣିଷଙ୍କ ପରି ସବୁ ବହିର ବି ବୋଧହୁଏ ଗୋଟିଏ ଭାଗ୍ୟ ଥାଏ । ତା' ନହେଲେ ଦୀର୍ଘ ପâ୍ରାୟ କୋଡ଼ିଏ ବର୍ଷ ତଳେ ଲେଖିଥିବା ଲେଖାଗୁଡ଼ିକୁ ନେଇ ଆଜି ଏ ବହି ପâ୍ରକାଶ ପାଉ ନଥାନ୍ତା । ଆମର ଖୁବ୍ ପରିଚିତ ଷୋହଳ ଜଣ ଦେବଦେବୀଙ୍କୁ ନେଇ ଏ ବହି । ସେମାନଙ୍କ ମଧ୍ୟରେ ଯେମିତି ଗଣେଶ ଓ ସରସ୍ୱତୀଙ୍କ ପରି ବିଦ୍ୟାଦାତା ଓ ବିଦ୍ୟାଦାତâ୍ରୀ ଅଛନ୍ତି, ସେମିତି ବି ଅଛନ୍ତି ବâ୍ରହ୍ମା, ବିଷ୍ଣୁ ଓ ମହେଶ୍ୱର; ଇନ୍ଦâ୍ର, ଚନ୍ଦâ୍ର ଓ ସୂର୍ଯ୍ୟ; ଦୁର୍ଗା, ଲକ୍ଷ୍ମୀ ଓ କାର୍ତ୍ତିକ । ପୁଣି ଗୋ-ମାତା କାମଧେନୁ, ପକ୍ଷୀରାଜ ଗରୁଡ଼ ଓ ସର୍ପରାଜ ବାସୁକୀ ଏବଂ ଆମ ଆଦିକବି ସାରଳା ଦାସଙ୍କ କଳ୍ପନାର ଅଦ୍ଭୁତ ଅବତାର ନବଗୁଞ୍ଜର ଓ ସଂକଟମୋଚନ ହନୁମାନ ବି ଅଛନ୍ତି । ମଝିରେ ମାତâ୍ର ଗୋଟିଏ ମାସକୁ ଛାଡ଼ି,୧୯୯୦ ଅଗଷ୍ଟରୁ ୧୯୯୧ ନଭେମ୍ବର ପର୍ଯ୍ୟନ୍ତ ଏହି ଷୋହଳଟି ଲେଖାରୁ ପନ୍ଦରଟି, ମାସିକ "'ମୀନାବଜାର' ପତâ୍ରିକାର ପâ୍ରଚ୍ଛଦ କାହାଣୀ ଭାବରେ ପâ୍ରକାଶ ପାଇଥିଲା । ସେତେବେଳେ ମୁଁ ଥିଲି ତା'ର ସହ-ସଂପାଦକ । କେବଳ ହନୁମାନ ଲେଖାଟି ପâ୍ରକାଶ ପାଇଥିଲା ପâ୍ରାୟ ଦେଢ଼ବର୍ଷ ପରେ, ୧୯୯୩ ଏପâି୍ରଲ୍ର ପâ୍ରଚ୍ଛଦ କାହାଣୀ ଭାବରେ । ଆଜି ଦୀର୍ଘ ପâ୍ରାୟ ଦୁଇ ଦଶନ୍ଧି ପରେ, ଲେଖାଗୁଡ଼ିକୁ ସାଉଁଟି ବହିଟିଏ କରିବାକୁ ଇଚ୍ଛା କଲାବେଳେ, କେତୋଟି ଲେଖାର କିଛି କିଛି ପୃÂଷ୍ଠା ହଜି ଯାଇଥିବା ଦେଖାଗଲା । ପୁଣି ହନୁମାନ ପରି ଗୋଟିଏ, ଦୁଇଟି ଲେଖା ବହୁ ଖୋଜିବା ପରେ ବି ମିଳିଲା ନାହିଁ । ତେଣୁ ସେସବୁକୁ ସଜାଡ଼ି ଓ ସ୍ଥଳ ବିଶେଷରେ ପୁନର୍ଲିଖିତ କରି, ପୁଣି ମିଳୁନଥିବା କେତୋଟିକୁ ନୂଆ କରି ଲେଖି ଏ ବହିଟି ହେଲା । ଗୋଟିଏ ଦୃଷ୍ଟିରୁ ଭଲ ହେଲା ଯେ ପâ୍ରାୟ ସବୁ ଲେଖା ନୂଆ ହୋଇଗଲା । ଆଜିର ପିଲାଏ, ଆମ ପୁରାଣ ପରଂପରା ସହିତ ପâ୍ରାୟ ପରିଚିତ ନୁହନ୍ତି । ସେମାନେ ହୁଏତ ସ୍କୁଲ୍, କଲେଜରେ ଗଣେଶ ଓ ସରସ୍ୱତୀ ପୂଜା ଏବଂ ସାମାଜିକ ପର୍ବ, ଉତ୍ସବରେ ଦୁର୍ଗା, ଲକ୍ଷ୍ମୀ, ଶିବ ଓ ହନୁମାନ ଆଦିଙ୍କୁ ପୂଜା, ଭକ୍ତି କରନ୍ତି; ମାତâ୍ର ସେମାନଙ୍କର ସ୍ୱରୂପ ଓ ବିଶେଷତ୍ୱ ସଂପର୍କରେ ବେଶି କିଛି ଜାଣନ୍ତି ନାହିଁ । ଗପ ଛଳରେ ସେମାନଙ୍କୁ ସେସବୁ ସହ ଯୋଡ଼ିବାର ଚେଷ୍ଟା ଏଥିରେ ମୁଁ କରିଛି । ପୁଣି ଗୋଟିଏ ଗୋଟିଏ ଗପ ଭିତରେ ଗୁନ୍ଥା ଗୁନ୍ଥି ହୋଇ ରହିଛି ଅନେକ ଗୁଡ଼ିଏ ଗପ । ଏହା ଯେ ସେମାନଙ୍କୁ ଆନନ୍ଦ ଦେବ, ସେମାନଙ୍କ ଜ୍ଞାନ ବଢ଼ାଇବ, ଆମ ପୁରାଣ ପରଂପରା ସହ ସେମାନଙ୍କୁ ଯୋଡ଼ିବ, ଏଥିରେ ମୁଁ ନିଃସନେ୍ଦେହ । ଆଜି "'ହ୍ୟାରି ପୋଟର' ପରି ଉପନ୍ୟାସମାଳା ଇଂଲିଶ୍ ପଢ଼ୁଆ ପିଲାଙ୍କ ଭିତରେ ଖୁବ୍ ଆଦର ପାଉଛି । କିନ୍ତୁ ଆମ ପୁରାଣ କାହାଣୀ ଭିତରେ ଯେ ସେପରି ବହୁ ରୋମାଞ୍ଚକର ଉପାଦାନ ଭରି ରହିଛି, ସେ ସଂର୍ପକରେ ହୁଏତ ଆମେ ନିଜେ ବି ସଚେତନ ନୋହୁ । ଆମ ପୁରାଣ କାହାଣୀ କହେ, ଦିନେ ସବୁ ପର୍ବତଙ୍କର ଡେଣା ଥିଲା । ସେମାନେ ମନଇଚ୍ଛା ଆକାଶରେ ଉଡ଼ି ବୁଲୁଥିଲେ । ବଜâ୍ର ମାରି ଇନ୍ଦâ୍ର ସେମାନଙ୍କର ପକ୍ଷ ଚ୍ଛେଦିଦେଲେ । କାର୍ତ୍ତିକଙ୍କୁ ଛଅଜଣ ମାଆ ଏକାବେଳକେ କ୍ଷୀର ପିଆଇବାକୁ ଚାହିଁବାରୁ ସେ ଛଅ ମୁହଁ ହୋଇଗଲେ । ସେମିତି ଶିବଙ୍କ କଣ୍ଠ କାହିଁକି ନୀଳ, ନାଲି ପିଆଜ କାହିଁକି ନାଲି ଓ ଧଳା ପିଆଜ କାହିଁକି ଧଳା, ସାପଙ୍କ ଜିଭ କାହିଁକି କଟା- ଏମିତି ଶହ ଶହ କାହାଣୀ ସେମାନେ ଏ ବହିରୁ ପାଇବେ । ପୁଣି ସୂର୍ଯ୍ୟଙ୍କର ସାତ ଘୋଡ଼ା ଓ ଚନ୍ଦâ୍ରଙ୍କର ସତେଇଶ ସ୍ତ୍ରୀ ପରି ଗପର ଯେ ବୈଜ୍ଞାନିକ ଭିତ୍ତି ରହିଛି, ତାହା ମଧ୍ୟ ସେମାନେ ଜାଣି ପାରିବେ । ଏଣୁ ଏ ବହି ପଢ଼ି, ଆମ ପୁରାଣ ପରଂପରା ଓ ଆମ ପାରଂପରିକ ମୂଲ୍ୟବୋଧ ସହ ଆମ ପିଲାଏ ଯଦି କିଛି ପରିମାଣରେ ଯୋଡ଼ି ହେବେ, ତେବେ ଏହାର ଉଦେ୍ଧ୍ଦେଶ୍ୟ ସଫଳ ହେଲା ବୋଲି ମୁଁ ଭାବିବି । ଏସବୁ କିଛି ନ ହୋଇ, ଗପଗୁଡ଼ିକ ପଢ଼ି ସେମାନେ ଯଦି କେବଳ ଖୁସି ହେବେ; ତେବେ ବି ମୁଁ ଆହୁରି ବେଶି ଖୁସି ହେବି ।⏎ ⏎ ==ଅସିତ ମହାନ୍ତି== All content in the above text box is licensed under the Creative Commons Attribution-ShareAlike license Version 4 and was originally sourced from https://or.wikisource.org/w/index.php?diff=prev&oldid=14635.
![]() ![]() This site is not affiliated with or endorsed in any way by the Wikimedia Foundation or any of its affiliates. In fact, we fucking despise them.
|