Revision 14632 of "ଆମ ଦେବାଦେବୀ" on orwikisource{{header
| title = ଆମ ଦେବଦେବୀ
| author = ଅସିତ ମହାନ୍ତି
| translator =
| section =
| previous = [[ଆମ ଦେବଦେବୀ/କବି ପରିଚୟ]]
| next = [[ଆମ ଦେବଦେବୀ/ସୂଚିପତ୍ର]]
| year =
| notes =
}}
ନିଜ କଥା
ସବୁ ମଣିଷଙ୍କ ପରି ସବୁ ବହିର ବି ବୋଧହୁଏ ଗୋଟିଏ ଭାଗ୍ୟ ଥାଏ ।
ତା' ନହେଲେ ଦୀର୍ଘ ପâାୟ କୋଡ଼ିଏ ବର୍ଷ ତଳେ ଲେଖିଥିବା ଲେଖାଗୁଡ଼ିକୁ
ନେଇ ଆଜି ଏ ବହି ପâକାଶ ପାଉ ନଥାନ୍ତା ।
ଆମର ଖୁବ୍ ପରିଚିତ ଷୋହଳ ଜଣ ଦେବଦେବୀଙ୍କୁ ନେଇ ଏ ବହି ।
ସେମାନଙ୍କ ମଧ୍ୟରେ ଯେମିତି ଗଣେଶ ଓ ସରସ୍ୱତୀଙ୍କ ପରି ବିଦ୍ୟାଦାତା ଓ
ବିଦ୍ୟାଦାତâୀ ଅଛନ୍ତି, ସେମିତି ବି ଅଛନ୍ତି ବâହ୍ମା, ବିଷ୍ଣୁ ଓ ମହେଶ୍ୱର; ଇନ୍ଦâ, ଚନ୍ଦâ ଓ
ସୂର୍ଯ୍ୟ; ଦୁର୍ଗା, ଲକ୍ଷ୍ମୀ ଓ କାର୍ତ୍ତିକ । ପୁଣି ଗୋ-ମାତା କାମଧେନୁ, ପକ୍ଷୀରାଜ ଗରୁଡ଼
ଓ ସର୍ପରାଜ ବାସୁକୀ ଏବଂ ଆମ ଆଦିକବି ସାରଳା ଦାସଙ୍କ କଳ୍ପନାର ଅଦ୍ଭୁତ
ଅବତାର ନବଗୁଞ୍ଜର ଓ ସଂକଟମୋଚନ ହନୁମାନ ବି ଅଛନ୍ତି ।
ମଝିରେ ମାତâ ଗୋଟିଏ ମାସକୁ ଛାଡ଼ି,୧୯୯୦ ଅଗଷ୍ଟରୁ ୧୯୯୧
ନଭେମ୍ବର ପର୍ଯ୍ୟନ୍ତ ଏହି ଷୋହଳଟି ଲେଖାରୁ ପନ୍ଦରଟି, ମାସିକ "ମୀନାବଜାର'
ପତâିକାର ପâଚ୍ଛଦ କାହାଣୀ ଭାବରେ ପâକାଶ ପାଇଥିଲା । ସେତେବେଳେ ମୁଁ
ଥିଲି ତା'ର ସହ-ସଂପାଦକ । କେବଳ ହନୁମାନ ଲେଖାଟି ପâକାଶ ପାଇଥିଲା
ପâାୟ ଦେଢ଼ବର୍ଷ ପରେ, ୧୯୯୩ ଏପâିଲ୍ର ପâଚ୍ଛଦ କାହାଣୀ ଭାବରେ ।
ଆଜି ଦୀର୍ଘ ପâାୟ ଦୁଇ ଦଶନ୍ଧି ପରେ, ଲେଖାଗୁଡ଼ିକୁ ସାଉଁଟି ବହିଟିଏ
କରିବାକୁ ଇଚ୍ଛା କଲାବେଳେ, କେତୋଟି ଲେଖାର କିଛି କିଛି ପୃÂା ହଜି ଯାଇଥିବା
ଦେଖାଗଲା । ପୁଣି ହନୁମାନ ପରି ଗୋଟିଏ, ଦୁଇଟି ଲେଖା ବହୁ ଖୋଜିବା
ପରେ ବି ମିଳିଲା ନାହିଁ । ତେଣୁ ସେସବୁକୁ ସଜାଡ଼ି ଓ ସ୍ଥଳ ବିଶେଷରେ ପୁନର୍ଲିଖିତ
କରି, ପୁଣି ମିଳୁନଥିବା କେତୋଟିକୁ ନୂଆ କରି ଲେଖି ଏ ବହିଟି ହେଲା ।
ଗୋଟିଏ ଦୃଷ୍ଟିରୁ ଭଲ ହେଲା ଯେ ପâାୟ ସବୁ ଲେଖା ନୂଆ ହୋଇଗଲା ।
ଆଜିର ପିଲାଏ, ଆମ ପୁରାଣ ପରଂପରା ସହିତ ପâାୟ ପରିଚିତ ନୁହନ୍ତି ।
ସେମାନେ ହୁଏତ ସ୍କୁଲ୍, କଲେଜରେ ଗଣେଶ ଓ ସରସ୍ୱତୀ ପୂଜା ଏବଂ ସାମାଜିକ
ପର୍ବ, ଉତ୍ସବରେ ଦୁର୍ଗା, ଲକ୍ଷ୍ମୀ, ଶିବ ଓ ହନୁମାନ ଆଦିଙ୍କୁ ପୂଜା, ଭକ୍ତି କରନ୍ତି;
ମାତâ ସେମାନଙ୍କର ସ୍ୱରୂ ଓ ବିଶେଷତ୍ୱ ସଂପର୍କରେ ବେଶି କିଛି ଜାଣନ୍ତି ନାହିଁ ।
ଗପ ଛଳରେ ସେମାନଙ୍କୁ ସେସବୁ ସହ ଯୋଡ଼ିବାର ଚେଷ୍ଟା ଏଥିରେ ମୁଁ କରିଛି ।
ପୁଣି ଗୋଟିଏ ଗୋଟିଏ ଗପ ଭିତରେ ଗୁନ୍ଥା ଗୁନ୍ଥି ହୋଇ ରହିଛି ଅନେକ ଗୁଡ଼ିଏ
ଗପ । ଏହା ଯେ ସେମାନଙ୍କୁ ଆନନ୍ଦ ଦେବ, ସେମାନଙ୍କ ଜ୍ଞାନ ବଢ଼ାଇବ, ଆମ
ପୁରାଣ ପରଂପରା ସହ ସେମାନଙ୍କୁ ଯୋଡ଼ିବ, ଏଥିରେ ମୁଁ ନିଃସନେ୍ଦହ ।
ଆଜି "ହ୍ୟାରି ପୋଟର' ପରି ଉପନ୍ୟାସମାଳା ଇଂଲିଶ୍ ପଢ଼ୁଆ ପିଲାଙ୍କ
ଭିତରେ ଖୁବ୍ ଆଦର ପାଉଛି । କିନ୍ତୁ ଆମ ପୁରାଣ କାହାଣୀ ଭିତରେ ଯେ
ସେପରି ବହୁ ରୋମାଞ୍ଚକର ଉପାଦାନ ଭରି ରହିଛି, ସେ ସଂର୍ପକରେ ହୁଏତ
ଆମେ ନିଜେ ବି ସଚେତନ ନୋହୁ । ଆମ ପୁରାଣ କାହାଣୀ କହେ, ଦିନେ ସବୁ
ପର୍ବତଙ୍କର ଡେଣା ଥିଲା । ସେମାନେ ମନଇଚ୍ଛା ଆକାଶରେ ଉଡ଼ି ବୁଲୁଥିଲେ ।
ବଜâ ମାରି ଇନ୍ଦâ ସେମାନଙ୍କର ପକ୍ଷ ଚ୍ଛେଦିଦେଲେ । କାର୍ତ୍ତିକଙ୍କୁ ଛଅଜଣ ମାଆ
ଏକାବେଳକେ କ୍ଷୀର ପିଆଇବାକୁ ଚାହିଁବାରୁ ସେ ଛଅ ମୁହଁ ହୋଇଗଲେ ।
ସେମିତି ଶିବଙ୍କ କଣ୍ଠ କାହିଁକି ନୀଳ, ନାଲି ପିଆଜ କାହିଁକି ନାଲି ଓ ଧଳା ପିଆଜ
କାହିଁକି ଧଳା, ସାପଙ୍କ ଜିଭ କାହିଁକି କଟା- ଏମିତି ଶହ ଶହ କାହାଣୀ ସେମାନେ
ଏ ବହିରୁ ପାଇବେ । ପୁଣି ସୂର୍ଯ୍ୟଙ୍କର ସାତ ଘୋଡ଼ା ଓ ଚନ୍ଦâଙ୍କର ସତେଇଶ ସ୍ତ୍ରୀ
ପରି ଗପର ଯେ ବୈଜ୍ଞାନିକ ଭିତ୍ତି ରହିଛି, ତାହା ମଧ୍ୟ ସେମାନେ ଜାଣି ପାରିବେ ।
ଏଣୁ ଏ ବହି ପଢ଼ି, ଆମ ପୁରାଣ ପରଂପରା ଓ ଆମ ପାରଂପରିକ
ମୂଲ୍ୟବୋଧ ସହ ଆମ ପିଲାଏ ଯଦି କିଛି ପରିମାଣରେ ଯୋଡ଼ି ହେବେ, ତେବେ
ଏହାର ଉଦେ୍ଧଶ୍ୟ ସଫଳ ହେଲା ବୋଲି ମୁଁ ଭାବିବି । ଏସବୁ କିଛି ନ ହୋଇ,
ଗପଗୁଡ଼ିକ ପଢ଼ି ସେମାନେ ଯଦି କେବଳ ଖୁସି ହେବେ; ତେବେ ବି ମୁଁ ଆହୁରି
ବେଶି ଖୁସି ହେବି ।
ଗଣେଶ
ଆମ ଭାରତର ଶାସ୍ତ୍ର, ପୁରାଣମାନଙ୍କରେ ଯେଉଁସବୁ ଦେବଦେବୀଙ୍କ ନାମ ଓ ଗୁଣର
ବର୍ଣ୍ଣନା ଅଛି, ସେମାନଙ୍କ ମଧ୍ୟରେ ଗଣେଶଙ୍କ ମହତ୍ତ୍ୱ ଅସାଧାରଣ । ସନାତନ ହିନ୍ଦୁ ଧର୍ମରେ
ଗଣେଶଙ୍କୁ କେବଳ ଯେ ପଞ୍ଚଦେବତାଙ୍କ ମଧ୍ୟରେ ପୂଜା କରାଯାଏ ତାହା ନୁହେଁ; ଅନ୍ୟ ଯେ
କୌଣସି ଦେବଦେବୀଙ୍କ ପୂଜା ବା ଉତ୍ସବ ମଧ୍ୟ ଶâୀଗଣେଶଙ୍କ ସ୍ମରଣ ବା ଆବାହନ ବିନାAll content in the above text box is licensed under the Creative Commons Attribution-ShareAlike license Version 4 and was originally sourced from https://or.wikisource.org/w/index.php?oldid=14632.
![]() ![]() This site is not affiliated with or endorsed in any way by the Wikimedia Foundation or any of its affiliates. In fact, we fucking despise them.
|