ହାସ ମାଡ଼େ, ମୁଣ୍ଡ ତଳକୁ ପୋତି ଦେଇ ଦୁଇ ଓଠ ବୁଜି ହସ ଲୁଚାଏ। ଏଣିକି ବାସୁ ପଢାଇ ଦେଲେ କେତେବେଳେ ତୁନି ତୁନି ପଢ଼େ, କେତେବେଳେ ଖାଲି ହୁଁ ହୁଁ କାରେ, ପଢା ସରିଲେ ପାଟି ବୁଜି ଘରକୁ ପଳାଏ। ପ୍ରତିଦିନ ସଂଜ ବେଳେ ଦାଣ୍ଡଦୁଆର କବାଟକୁ ଧରି କାହାକୁ ଚାହିଁଥାଏ, ବାସୁ ଆସିଲେ ଘରକୁ ପଳାଏ, ପାଁଚ ଡାକରେ ବାହାରେ ନାହିଁ। ଏଣିକି ରେବତୀ ଦାଣ୍ଡକୁ କେବେ ବାହାରିଲେ ବୁଢୀ ଖପା ହୁଏ।
This site is not affiliated with or endorsed in any way by the Wikimedia Foundation or any of its affiliates. In fact, we fucking despise them.
|